31.1 C
Bhubaneswar
Friday, August 28, 2026
Homeଓଡିଶାଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ !

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ !

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ପ୍ରାୟ ୭ ଦିନ ଧରି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କଟକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଏଥିପାଇଁ ଏହି ଜିଲାଗୁଡିକୁ ମଧ୍ୟ ସତର୍କ କରାଯାଇଛି। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ। ସମୁଦ୍ରରେ ଘଣ୍ଟାପ୍ରତି ୪୦ରୁ ୫୦, ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ୩୦ ଓ ୩୧ ତାରିଖରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking