24.1 C
Bhubaneswar
Wednesday, November 18, 2026
Homeଓଡିଶାସୃଷ୍ଟି ହେଲା ବାତ୍ୟା ‘ଅକଭାନ୍': ନେଲୋର-ଟୁନି ମଧ୍ୟରେ ଲ୍ୟାଣ୍ଡଫଲ୍‌ ଆଶଙ୍କା

ସୃଷ୍ଟି ହେଲା ବାତ୍ୟା ‘ଅକଭାନ୍’: ନେଲୋର-ଟୁନି ମଧ୍ୟରେ ଲ୍ୟାଣ୍ଡଫଲ୍‌ ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଚଳିତ ସିଜନର ତୃତୀୟ ବାତ୍ୟା ‘ଅକଭାନ୍’ । ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଏହା ବାତ୍ୟାର ରୂପ ନେଇଛି । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ବାତ୍ୟା ବର୍ତ୍ତମାନ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି ।

ବର୍ତ୍ତମାନ ବାତ୍ୟା ‘ଅକଭାନ୍’ ବିଶାଖାପାଟଣାଠାରୁ ପ୍ରାୟ ୬୭୦ କିଲୋମିଟର ଏବଂ ଓଡ଼ିଶାର ଗୋପାଳପୁରଠାରୁ ଦକ୍ଷିଣରେ ପ୍ରାୟ ୭୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ଏହା ଭୀଷଣ ବାତ୍ୟା ଏବଂ ୧୯ ତାରିଖ ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ । ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ନେଲୋର ଓ ଟୁନି ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଇଛି ।ଲ୍ୟାଣ୍ଡଫଲ୍‌ ସମୟରେ ବାତ୍ୟାର ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିପାରେ। ଝଟ୍‌କା ପବନର ବେଗ ୧୪୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା ରହିଛି ।ବାତ୍ୟାର ପ୍ରଭାବ ଓଡ଼ିଶାରେ ମଧ୍ୟ ଅନୁଭୂତ ହେବ। ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବା ସହ ୧୮ରୁ ୨୦ ତାରିଖ ଯାଏଁ ତିନି ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାତ୍ୟାର ଗତିପଥ ଓ ପ୍ରଭାବ ଉପରେ ପାଣିପାଗ ବିଭାଗର ନଜର ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking