27.1 C
Bhubaneswar
Thursday, April 25, 2024
Homeଓଡିଶାଆଉ କିଛି ସମୟ ପରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ‘ୟାଶ୍‌’

ଆଉ କିଛି ସମୟ ପରେ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ‘ୟାଶ୍‌’

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ୟାଶ୍‌’ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୧୬ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ଗତି କରୁଛି ଓ ଆଜି ସନ୍ଧ୍ୟା ସୁଦ୍ଧା ଏହା ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯ଼ାଇଛି । ବାତ୍ୟା ‘ୟାଶ୍‌’ ପାରାଦୀପଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବ ଦିଗରେ ୨୮୦ କିଲୋମିଟର ଦୂରରେ ଓ ବାଲେଶ୍ୱର ଠାରୁ ଦକ୍ଷିଣ, ଦକ୍ଷିଣ-ପୂର୍ବ ଦିଗରେ ୩୮୦ କିଲୋମିଟର ଦୂରରେ ଥିଲା । ଏହା ଧୀରେ ଧୀରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ସର୍ବଶେଷ ସୂଚନା ଅନୁସାରେ ଏହା ଏବେ ପାରାଦୀପଠାରୁ ଆଉ ୨୨୦ କିଲୋମିଟର ଦୂରରେ ରହିଛି । ଏହି ବାତ୍ୟା ସନ୍ଧ୍ୟା ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ଏହା କାଲି ସକାଳ ସୁଦ୍ଧା ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ ଓ ମଧ୍ୟାହ୍ନରେ ଧାମରା ଓ ବାଲେଶ୍ୱର ମଧ୍ୟବର୍ତ୍ତୀ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁବ । ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ଘଣ୍ଟା ପ୍ରତି ୧୫୫ ରୁ ୧୬୪ କିଲୋମିଟର ରହିବ ଓ ସ୍ଥଳବିଶେଷରେ ଘଣ୍ଟା ପ୍ରତି ୧୮୫ କିଲୋମିଟର ବେଗରେ ଝଟକା ଦେବ । ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking