26.1 C
Bhubaneswar
Tuesday, May 7, 2024
Homeଓଡିଶାଆରବ ସାଗର ରେ ସୃଷ୍ଟି ହୋଇଥିବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେମିତି ରହିବ

ଆରବ ସାଗର ରେ ସୃଷ୍ଟି ହୋଇଥିବା ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେମିତି ରହିବ

ଭୁବନେଶ୍ୱର: ଆରବ ସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ରୂପରେଖ ଦିନକୁ ଦିନ ସ୍ପଷ୍ଟ ହେଉଥିବାବେଳେ ଓଡ଼ିଶା ଉପରେ ଏହାର କୌଣସି ପ୍ରଭାବ ରହିବ ନାହିଁ ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ସ୍ପଷ୍ଟ କରିଦିଆଯ଼ାଇଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି )ର ସୂଚନା ଅନୁସାରେ ଆଜି  ଦକ୍ଷିଣ-ପୂର୍ବ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୫ ତାରିଖ ବେଳକୁ ଏହା ଲାକ୍ଷାଦ୍ବୀପ ତଥା ଦକ୍ଷିଣ-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ଆରବ ସାଗରରେ ଏକ ଡିପ୍ରେସନରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୧୬ ତାରିଖ ବେଳକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ବାତ୍ୟା ରୂପ ନେବ । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର, ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking