ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ରହିଛି । କାଲି ପାଇଁ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବଜ୍ରପାତ ସହ ଘଡଘଡି ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।