30.1 C
Bhubaneswar
Tuesday, February 3, 2026
Homeଓଡିଶା୨୧ରେ ଘୂର୍ଣ୍ଣିବଳୟ, ୨୩ରେ ଲଘୁଚାପ

୨୧ରେ ଘୂର୍ଣ୍ଣିବଳୟ, ୨୩ରେ ଲଘୁଚାପ

ଭୁବନେଶ୍ୱର: ରାଜ୍ୟ ପୁଣି ଏକ ଲଘୁଚାପ ଭୟ ସୃଷ୍ଟି ହୋଇଛି। ୨୩ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବଙ୍ଗୋପସାଗରରେ ୨୧ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଲଘୁଚାପ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ୨ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ବୋଲି ବିଭାଗ ଆକଳନ କରିଛି। କିନ୍ତୁ ଲଘୁଚାପର ରୂପରେଖ କିଭଳି ହେବ, ତାହା ସ୍ପଷ୍ଟ ହୋଇନଥିବା କହିଛି ଭାରତୀୟ ପାଣିପାଗ ବିଭାଗ।
ଅପରପକ୍ଷରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ଜାରି ରହିଛି ଶୀତ ଲହରୀ। ରାତିର ତାପମାତ୍ରା ଖସୁଛି। ରାତି ଯେତେ ବଢୁଛି ତାପମାତ୍ରା ସେତେ ଖସିବାରେ ଲାଗିଛି। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୂତ ହେଉଛି। ଆଗାମୀ ୫ ଦିନ ପଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ। ପାଗ ମୁଖ୍ୟତଃ ଶୁଖିଲା ରହିବ। ଗୋଟେ ଦୁଇଟି ସ୍ଥାନରେ ତାପମାତ୍ରା ବଢ଼ି ପାରେ। କିଛି କିଛି ସ୍ଥାନରେ କୁହୁଡି ଦେଖା ଯିବାର ଅଛି। ଯଥା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରେ କୁହୁଡି ଦେଖାଯିବ। ସେହିପରି ଡିସେମ୍ବର ଓ ଜାନୁଆରୀ ମାସରେ ଶୀତ ବଢିବାର ସମ୍ଭାବନା ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking