ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ମୋନ୍ଥାର ଗତି ଧିରେ ଧିରେ ଆଗକୁ ବଢୁଛି । ଆସନ୍ତାକାଲି ରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ମୋନ୍ଥା । ୨୯ ତାରିଖ ଭୋରରେ ବାତ୍ୟା ରୂପରେ ଓଡ଼ିଶା ଦେଇ ଗତି କରିବ । କୋରାପୁଟ , ମାଲକାନଗିରି , ନବରଙ୍ଗପୁର ଦେଇ ଗତି କରିବ ମୋନ୍ଥା । ଏହି ସମୟରେ ପବନର ବେଗ ୬୦ରୁ ୭୦ କିମି ରହିବ । ଅତି ବେଶୀରେ ପବନର ବେଗ ୮୦ କିମି ରହିବ । ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ । ଛତିଶଗଡ଼ରେ ପହଞ୍ଚିଲା ବେଳକୁ ଅବପାତ ହୋଇ ଦୁର୍ବଳ ହେବ । ଆଇଏମ୍ଡି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ।










