ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ସକ୍ରିୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା କାଲି ସକାଳ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଓଡିଶାରେ ବାତ୍ୟାର କୌଣସି ସେପରି ବିଶେଷ ପ୍ରଭାବ ପଡିବନି । ପ୍ରେସମିଟରେଏହି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିଦେ୍ର୍ଦଶିକା । ଓଡିଶାରେ ଯେପରି କାଳବୈଶାଖୀ ବର୍ଷା ହେଉଛି ତାହା ଜାରି ରହିବ ବୋଲି ସେ କହିଛନ୍ତି । ୨୬ ବେଳକୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡାରେ ଅଧିକ ବର୍ଷିପାରେ । ୨୫ ମେ’ ସକାଳ ସୁଦ୍ଧା ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ମେ’ ୨୬ ତାରିଖ ରବିବାର ସନ୍ଧ୍ୟା ସୁଦ୍ଧା ବାତ୍ୟା ଭୀଷଣ ରୂପ ନେଇ ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ସମୁଦ୍ରରେ ପହଞ୍ଚିବ ବୋଲି ପାଣିପାଗ ବିଭାଗ କହିଛି। ଏହାର ପ୍ରଭାବରେ ଓଡ଼ିଶାର ଉପକୂଳ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।