ଗଭୀର ଅବପାତ ବାତ୍ୟାରେ ପରିଣତ

ଭୁବନେଶ୍ୱର: ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି ।  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇଛି ୟାସ । ପାରାଦୀପ ଠାରୁ ଦକ୍ଷିଣ ଦକ୍ଷିଣପୂର୍ବକୁ ୫୪୦ କିମି ଦୂରରେ ବାତ୍ୟା ୟାସ ।  ବାଲେଶ୍ୱରରୁ ଦକ୍ଷିଣ ଦକ୍ଷିଣ ପୂର୍ବର ୬୫୦ କିମି ଦୂରରେ ୟାସ ରହିଛି । ଦୀଘା ଠାରୁ ୬୩୦ କିମି ଦକ୍ଷିଣ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହୋଇ ଭୀକ୍ଷଣ ବାତ୍ୟା ରୂପ ନେବ ।
ବାତ୍ୟା ନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣି ସୂଚନା ଦେଇ କହିଛନ୍ତି, ବଙ୍ଗୋପସାଗରରେ ସକାଳ ୫ଟା ୩୦ରେ ବାତ୍ୟା ରୂପ ନେଇଛି । ଗତ ୬ ଘଣ୍ଟାରେ ଏହା ସମୁଦ୍ର ଭିତରେ ଗତି କରିନାହିଁ ।  ଏବେଠାରୁ ଉତ୍ତର ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ୟାସ ଲ୍ୟାଣ୍ଡଫଲ କରିବ । ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ।

ଅନ୍ୟପଟେ , ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍ କଟକଣା ସାମାନ୍ୟ କୋହଳ ହୋଇଛି। ଏନେଇ ଏସ୍‌ଆର୍‌ସିଙ୍କ କାର‌୍ୟ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ୧୦ ଜିଲ୍ଲା ହେଲା- ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଯାଜପୁର, କଟକ ଓ ଖୋର୍ଦ୍ଧା।
ଆଜି ଓ ଆସନ୍ତାକାଲି ସକାଳ ୭ରୁ ଅପରାହ୍ନ ୧ଟା ଯାଏ ଏହି ୧୦ ଜିଲ୍ଲାରେ ଦୋକାନ ଖୋଲା ରହିବ।  ରାସ୍ତାକଡ଼, ଗୋଟିକିଆ ଦୋକାନ, ଓମଫେଡ୍ ଦୋକାନ ଇତ୍ୟାଦି ଅପରାହ୍ନ ୧ ଯାଏ ଖୋଲା ରହିବ।

LEAVE A REPLY

Please enter your comment!
Please enter your name here