30.1 C
Bhubaneswar
Thursday, May 9, 2024
Homeଓଡିଶାପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ରଙ୍କୁ ସମ୍ମାନସୂଚକ ଡି.ଲିଟ୍ ଉପାଧି

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ରଙ୍କୁ ସମ୍ମାନସୂଚକ ଡି.ଲିଟ୍ ଉପାଧି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପ୍ରମୋଦ କୁମାର ମିଶ୍ରଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ସମାରୋହରେ ସମ୍ମାନସୂଚକ ଡି.ଲିଟ୍ ଉପାଧିରେ ସମ୍ମାନିତ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଆୟୋଜିତ ଭବ୍ୟ ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଡକ୍ଟର ମିଶ୍ରଙ୍କୁ ଡି. ଲିଟ୍ ଉପାଧିରେ ସମ୍ମାନିତ କରିଥିଲେ । ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ । ୧୯୭୨ ବ୍ୟାଚ୍ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ଡକ୍ଟର ମିଶ୍ରଙ୍କର ଦୀର୍ଘ ୫୦ ବର୍ଷରୁ ଅଧିକ ସମୟର ପ୍ରଶାସନିକ ଅଭିଜ୍ଞତା ରହିଛି । ସେ ଗୁଜରାଟ ସରକାର ଏବଂ ଭାରତ ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ନିଷ୍ଠା ଓ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି । ଡକ୍ଟର ମିଶ୍ରଙ୍କର ପ୍ରଶାସନିକ ସେବା ବ୍ୟତୀତ ଜଣେ ବିଶିଷ୍ଟ ଅର୍ଥନୀତିଜ୍ଞ ଭାବେ ବିଶେଷ ଖ୍ୟାତି ରହିଛି । ସମ୍ପ୍ରତି ଓଡ଼ିଶା ଗସ୍ତରେ ଥିବା ଡକ୍ଟର ପି.କେ ମିଶ୍ର ଆସନ୍ତକାଲି କିଟ୍ ଓ କିସ୍ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ସାମ୍ବୋଧିତ କରିବେ । ସେ ଭୁବନେଶ୍ୱରସ୍ଥିତ ସିଏସଆଇଆର-ଆଇଆଇଏମଟି ପରୀକ୍ଷାଗାର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପୁରୀ ଗସ୍ତ କରି ଶ୍ରୀମନ୍ଦିର ବିକାଶ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking