27.1 C
Bhubaneswar
Tuesday, March 31, 2026
Homeଦେଶ ବିଦେଶମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦାସାହେବ ଫାଲକେ ସମ୍ମାନ

ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦାସାହେବ ଫାଲକେ ସମ୍ମାନ

ନୂଆଦିଲ୍ଲୀ : ସିନେମା ଜଗତରେ ଉତ୍କୃଷ୍ଟ କାର୍ଯ୍ୟ କରିଥିବା କଳାକାର ଏବଂ ନିର୍ମାତାଙ୍କ ସମ୍ମାନାର୍ଥେ ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଆୟୋଜନ କରାଯାଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିଲ୍ଲୀରେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସହିତ କଳାକାରମାନଙ୍କୁ ସମ୍ମାନିତ କରିଛନ୍ତି। ଏହି ପୁରସ୍କାର ବିଜେତାମାନଙ୍କ ତାଲିକା ପୂର୍ବରୁ ପ୍ରକାଶ ପାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ ଶ୍ରେଷ୍ଠ ଚଳଚ୍ଚିତ୍ର ଏବଂ ଅଭିନେତାଙ୍କୁ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯିବ। ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି । ସେହିପରି କନ୍ନଡ ସୁପରଷ୍ଟାର ତଥା ନିର୍ଦ୍ଦେଶକ ଋଷଭ ଶେଟ୍ଟୀଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରାଯାଇଛି । ୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସେରେମନି ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ହୋଇଛି। ଆଜି ବଲିଉଡରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ପାଇଁ ଭେଟେରାନ ହିନ୍ଦୀ ସିନେମା ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ ସମ୍ମାନିତ କରାଯାଇଛି । ବିଶେଷ କଥା ହେଉଛି ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ନିଜ ହାତରେ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking