ଦିଗପହଣ୍ଡି: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଭୟଙ୍କର ବସ୍ ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଯାଇଛି । ୮ ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୃତକଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦିଆଯିବ ।
ଏହାପୂର୍ବରୁ ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ । ଏହାସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ଲକ୍ଷ ଟଙ୍କାର ସହାୟତା ସହ ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରାଯାଇଛି । ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇ ଦେବା ପାଇଁ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଗଂଜାମ ଡିପିସିସି ଅଧ୍ୟକ୍ଷ ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।