22.1 C
Bhubaneswar
Wednesday, January 29, 2025
Homeଓଡିଶା ରାଜ୍ୟରେ ୫ ଶହ ପାର କଲା ଦୈନିକ ସଂକ୍ରମଣ

 ରାଜ୍ୟରେ ୫ ଶହ ପାର କଲା ଦୈନିକ ସଂକ୍ରମଣ

ଭୁବନେଶ୍ବର: ରାଜ୍ୟରେ ଉପରମୁହାଁ କୋରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଏବେ ରାଜ୍ୟବାସୀଙ୍କୁ ଭୟଭୀତ କରିଛି । ଗତ କିଛିଦିନର ରେକର୍ଡ ଭାଙ୍ଗି ଦୈନିକ ସଂକ୍ରମଣ ୫୦୦ ପାର କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଆକ୍ଟିଭ ସଂଖ୍ୟା ୨୯୨୬ରେ ପହଞ୍ଚିଛି । ସେହିପରି ଦିନକରେ ୨୭୩ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଯଦି ଦେଖାଯାଏ ରାଜ୍ୟର ନବରଙ୍ଗପୁର, ସମ୍ବଲପୁର, ନୂଆପଡାରେ କୋଭିଡ ସଂକ୍ରମଣ ଅଧିକ ରହିଛି । ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି । ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କୁ ଅଧିକ ମନିଟରିଂ କରାଯାଉଛି । ତେବେ ସଂକ୍ରମଣ କେବେ କମିବ କହିବା ମୁସ୍କିଲ । ସଂକ୍ରମଣ ପିକ ନେଇ ସାରିଥିବା ବେଳେ ପ୍ଲାଟୋ ଷ୍ଟେଜକୁ ଆସି ଗଲାଣି । ଷ୍ଟେବୁଲ ହେବା ପର‌୍ୟ୍ୟନ୍ତ ସତର୍କ ରହିବାକୁ ପଡିବ ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।

ରାଜ୍ୟରେ ଆକ୍ଟିଭ ରୋଗୀଙ୍କ ସଂଖ୍ୟା ବଢ଼ୁଛି । ସେଥିମଧ୍ୟରୁ ଅଧିକାଂଶ ହୋମ ଆଇସୋଲେସନରେ ରହିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୩୦ରୁ ଅଧିକ ହସ୍ପିଟାଲରେ ରହିଛନ୍ତି । ୫ ସୂତ୍ରୀକୁ ନେଇ ପୁଣି କୋଭିଡ ମୁକାବିଲା କରାଯିବ । ଅନ୍ୟ ରାଜ୍ୟ ଅପେକ୍ଷା ଆମ ରାଜ୍ୟର ସ୍ଥିତି ଭଲ ରହିଛି । ଲକ୍ଷଣ ଦେଖାଗଲେ ତୁରନ୍ତ ଚିକିତ୍ସା କରିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ହସ୍ପିଟାଲରେ ବେଡ଼ ପ୍ରସ୍ତୁତ ରଖିବା, ଭେଣ୍ଟିଲେଟର, ଅକ୍ସିଜେନ, ଆଇସିୟୁ ବେଡ଼, ଟେଷ୍ଟ କିଟ୍‌, ଆଦି ସ୍ଥିତି ଅନୁଧ୍ୟାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking