38.1 C
Bhubaneswar
Friday, April 26, 2024
Homeଦେଶ ବିଦେଶ୫୦୦ ତଳେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା; ୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ...

୫୦୦ ତଳେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା; ୬ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୯୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୯୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୯୧୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୫୬କୁ ବୃଦ୍ଧି ପାଇଛି। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୦୭କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୦୪,୨୫୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୨୪,୭୫୩ଟି ନମୁନା।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking