14.1 C
Bhubaneswar
Sunday, December 7, 2025
Homeଓଡିଶାନବୀନ ନିବାସରେ 'ଦମନ' ଟିମ୍

ନବୀନ ନିବାସରେ ‘ଦମନ’ ଟିମ୍

ଭୁବନେଶ୍ୱର:  ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଆଶୀର୍ବାଦ କାମନା କରିଥିଲେ । ଦମନ ଶ୍ରେଷ୍ଠ ଓଡ଼ିଆ ଚଳଚିତ୍ରଭାବରେ ଜାତୀୟ ପୁରସ୍କାର ଲାଭ କରିଥିବାରୁ ଶ୍ରୀ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଗାମୀ ଦିନରେ ସାମାଜିକ ସଚେତନତା ଉପରେ ଆଧାରିତ ଅଧିକରୁ ଅଧିକ ଓଡ଼ିଆ ଚଳଚିତ୍ର ନିର୍ମାଣ ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ଦମନ ଚଳଚିତ୍ରର ମୁଖ୍ୟ କଳାକାର ଶ୍ରୀ ବାବୁ ସାନଙ୍କ ସମେତ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀ ପ୍ରସାଦ ଲେଙ୍କା ପ୍ରମୁଖ ବିରୋଧି ଦଳ ନେତାଙ୍କୁ ସାକ୍ଷାତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking