19.1 C
Bhubaneswar
Thursday, February 12, 2026
Homeଓଡିଶାତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ‘ଦାନା’

ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ‘ଦାନା’

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି।

୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ‘ଦାନା’ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି । ବାତ୍ୟା ‘ଦାନା’ ଭିତରକନିକାର ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି। ଏନେଇ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking