ମାଲକାନଗିରି: ମାଲକାନଗିରି ଜିଲ୍ଲା ଏମଭି ୧୮ରେ ଏଭଳି ଅଭାବନୀୟ କାଣ୍ଡ ଘଟିଛି । ବୋହୂ ଚୋରି କରୁଥିବା ଶାଶୂ ଦେଖିଦେବାରୁ ଶାଶୂ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ବୋହୂ । ଶାଶୂ ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି । ୪ ମାସର ପୁଅକୁ ଧରି ବୋହୂ ବାପଘରକୁ ପଳାଇଛି । ବୋହୂକୁ ଗିରଫ କରି କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପୁଅ ଓ ଗାଁ ଲୋକ ଥାନାର ଦ୍ବାରସ୍ଥ ହୋଇଛନ୍ତି । ଅଧିକ ତଥ୍ୟ ପାଇଁ ପୋଲିସ ତଦନ୍ତ ଜାରି ରଖିଛି।