24.1 C
Bhubaneswar
Sunday, December 22, 2024
Homeଓଡିଶାଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି

ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି

ପୁରୀ:ଶ୍ରୀମନ୍ଦିରରେ ଆଜିଠୁ ଦେବ ଦୀପାବଳି। ତିନି ଦିନ ଧରି ଚାଲିବ ଏହି ନୀତି। ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ମଧ୍ୟ କରିଥାନ୍ତି । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଆସିଛି ।

ଆଜି ପ୍ରଥମ ଦିନରେ ମହାପ୍ରଭୁ ମାର୍ଗଶିର କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ସନ୍ଧ୍ୟାଧୂପ ନୀତି ବଢିବା ପରେ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦେଇଥାନ୍ତି । ଦ୍ଵିତୀୟ ଦିନ ଅମାବାସ୍ୟା ତିଥିରେ ଦଶରଥ ଓ କୌଶଲ୍ୟାଙ୍କ ଉଦ୍ୟେଶ୍ୟରେ ଦୀପଦାନ ଓ ଶ୍ରାଦ୍ଧ ଦିଆଯିବ।

ତୃତୀୟ ଦିନ ପ୍ରତିପଦା ତିଥିରେ ମହାପ୍ରଭୁ ଦେବକୀ, ବାସୁଦେବ, ନନ୍ଦ, ଯଶୋଦା, ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ରାଣୀଙ୍କୁ ଦୀପଦାନ କରିବା ସହ ଶ୍ରାଦ୍ଧ ତର୍ପଣ ଦେବାର ପରମ୍ପରା ରହିଛି | ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷ ଉଦେଶ୍ୟରେ ଶ୍ରାଦ୍ଧ ତର୍ପଣ ଆଦି କରିବା ସହ ଆଜି ମହାଦୀପ ମଧ୍ୟ ପ୍ରଜ୍ବଳିତ ହୋଇଥାଏ ।

ତେଣୁ ଏହାକୁ ଦେବଦୀପାବଳି କୁହାଯାଏ। ସଂଧ୍ୟା ଧୂପ ପରେ ପୁଷ୍ପାଳକ ସେବାୟତ ମାନେ ମହାପ୍ରଭୁଙ୍କୁ ଶ୍ରାଦ୍ଧ ଵେଶରେ ନାଗପୁରୀ ଶାଢୀ ଚାଦରରେ ଭୂଷିତ କରାଇଥାନ୍ତି। ଏହି ବେଶରେ ଶ୍ରୀବିଗ୍ରହମାନେ ଧଳାବସ୍ତ୍ର ପରିଧାନ କରିଥାନ୍ତି । ଦର୍ଶନ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking