28.1 C
Bhubaneswar
Sunday, September 8, 2024
Homeଓଡିଶାଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ; ହତ୍ୟା ସନ୍ଦେହ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ସନ୍ୟାସପୁର ଗାଁରେ ଘଟିଛି ଅଭବନୀୟ ଘଟଣା। ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ସନ୍ୟାସପୁର ଗାଁର ଏକ ଗଛରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଝୁଲୁଥିବାର ଗ୍ରାମବାସୀ ଦେଖିବାକୁ ପାଇଥିଲେ। ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ପୋଲିସ ଖବରପାଇ ଗଛରୁ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଥିଲେ। ତେବେ ଅଧିକ ଯାଞ୍ଚ ପରେ ଜଣାପଡିଥିଲା ଯେ ବ୍ୟକ୍ତି ଜଣଙ୍କ ନିକଟସ୍ଥ ଗ୍ରାମର କାର୍ଷିକ ଭୋଳ। ଏହାପରେ ତାଙ୍କ ପରିବାରକୁ ଖବର ଦିଆଯାଇଥିଲା। ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ତେଣୁ ହତ୍ୟା ନ ଆତ୍ମହତ୍ୟା ତାହାର ଯାଞ୍ଚ କରୁଛି ପୋଲିସ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking