17.1 C
Bhubaneswar
Wednesday, February 4, 2026
Homeଓଡିଶାନିଖୋଜ ଛାତ୍ରର ମୃତ ଦେହ ଉଦ୍ଧାର

ନିଖୋଜ ଛାତ୍ରର ମୃତ ଦେହ ଉଦ୍ଧାର

ଯାଜପୁର : ନିଖୋଜ ଛାତ୍ରର ମୃତ ଦେହ ଉଦ୍ଧାର। ୨ଦିନ ତଳେ ନିଖୋଜ ଥିଲେ ଯୁକ୍ତ ୨ ଛାତ୍ର। ଆଜି ସକାଳେ ନାଳରୁ ମିଳିଲା ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ ରଥିଆ ଗାଁ ନିକଟ ଶଗଡ଼ିଆ ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ମୃତ ଛାତ୍ର ଜଣଙ୍କ ହେଲେ ଧର୍ମଶାଳା ଥାନା ଅଭୟପୁର ଗ୍ରାମର ନରହରି ବେହେରାଙ୍କ ପୁଅ ରୁଦ୍ର ପ୍ରସାଦ ବେହେରା। ଗତ ୨ ଦିନ ତଳେ ରୁଦ୍ର ନିଖୋଜ ଥିଲେ। ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ, ହେଲେ ପାଇ ନଥିଲେ। ଏନେଇ ପରିବାର ଲୋକେ ଧର୍ମଶାଳା ଥାନାରେ ଅଭିଯୋଗ କରିଥିଲେ। ଆଜି ସକାଳେ ଶଗଡ଼ିଆ ନାଳରେ ରୁଦ୍ରଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକେ ପରିବାର ଲୋକଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲେ। ପରିବାର ଲୋକେ ପହଞ୍ଚି ପୁଅର ମୃତଦେହକୁ ଚିହ୍ନଟ କରିଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଉଛି ଓ ଘଟଣାର ତଦନ୍ତ କରୁଛି। ରୁଦ୍ରଙ୍କୁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking