33.1 C
Bhubaneswar
Saturday, April 27, 2024
Homeଅପରାଧରକ୍ତଜୁଡୁ ବୁଡୁ ଅବସ୍ତାରେ ଯୁବକଙ୍କ ମୃତଦେହ ଉଦ୍ଧାର

ରକ୍ତଜୁଡୁ ବୁଡୁ ଅବସ୍ତାରେ ଯୁବକଙ୍କ ମୃତଦେହ ଉଦ୍ଧାର

ମୟୁରଭଞ୍ଜ: ରକ୍ତ ଜୁଡୁବୁଡୁ ମୃତ ଦେହ ଉଦ୍ଧାର। କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ। ଏପରି ଲୋହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି | ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ମଣଦା ଗ୍ରାମର କଲୋନୀ ସାହିରେ। ରକ୍ତ ଜୁଡ଼ୁବୁଡୁ ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ମଣଦା ଗ୍ରାମର ଭୋସ୍ଲୋ ନାଏକ । ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବା ଏବଂ ପରିପାର୍ଶ୍ଵିକ ସ୍ଥିତିରୁ ନିର୍ମମ ଭାବେ ହତ୍ୟା କରି ଫିଙ୍ଗି ଦେଇଥିବା ଜଣାପଡିଛି। ତେବେ ଖବରପାଇ ବିଶୋଇ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଥିବା ବେଳେ ବାରିପଦାରୁ ସାଇଣ୍ଟିଫିକ ଟିମ ମଧ୍ୟ ଡକାଯାଇଛି । ଅନୁସନ୍ଧାନ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ସାଧାରଣରେ ଆଲୋଚନା ହେଉଥିବା ଦେଖିବାକୁ ମିଳିଛି। ତେବେ ହତ୍ୟାର ପଛରେ ପୂର୍ବ ଶତ୍ରୁତା କିମ୍ବା ଅନ୍ୟ କୌଣସି କାରଣ ରହିଛି ସ୍ପଷ୍ଟ ହୋଇନଥିବା ବେଳେ ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି। ଅନ୍ୟପଟେ ଘଟଣାକୁ ନେଇ ଏକ ମାମଲା ରୁଜୁ କରି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ପଠାଇଛି ବିଶୋଇ ଥାନା ପୋଲିସ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking