27.1 C
Bhubaneswar
Wednesday, February 4, 2026
Homeଓଡିଶାଗାଡି କାଗଜପତ୍ର ପାଇଁ ଅବଧି ମାସେ ବଢିଲା

ଗାଡି କାଗଜପତ୍ର ପାଇଁ ଅବଧି ମାସେ ବଢିଲା

ଭୁବନେଶ୍ୱର: ଗାଡି ଚାଳକଙ୍କୁ ବଡ ସ୍ବସ୍ତି। ମାସେ ବଢିଲା ପିୟୁସି ଯାଞ୍ଚ ଅବଧି। ଗାଡିରେ ବୈଧ କାଗଜପତ୍ର କରାଇବା ପାଇଁ ମାସେ ସମୟ ଅବଧି। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ମନ୍ତ୍ରୀ କହିଛନ୍ତି ଯେ ଏହି ଅବଧି ମଧ୍ୟରେ ଆରସି, ଫିଟନେସ୍‌, ପିୟୁସି, ବୀମା ଆଦି କରାଇ ନିଅନ୍ତୁ। ପୂର୍ବରୁ ପିୟୁସିସି ବିନା ଗାଡ଼ିକୁ ପେଟ୍ରୋଲ ଦିଆଯିବ ନାହିଁ ବୋଲି ଘୋଷଣା ହୋଇଥିଲାଏହା ସହ ଜାନୁଆରୀ ୧ ତାରିଖରୁ ଜୋରଦାର ଗାଡ଼ି ଚେକିଂ ହେବ ବୋଲି ସୂଚନା ଦେଇଥିଲେ ପରିବହନ କମିଶନର ଅମିତାଭ ଠାକୁର। ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି ଅବଧିକୁ ବୃଦ୍ଧି କରାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଫେବ୍ରୁଆରୀ ୧ ପୂର୍ବରୁ କୌଣସି ପେଟ୍ରୋଲ ପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟ ପାଇଁ ଇନ୍ଧନ ଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ୟ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking