39.2 C
Bhubaneswar
Thursday, April 18, 2024
Homeଓଡିଶାଆଉ ୧୩ ପ୍ରାଣ ନେଲା କରୋନା : ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି

ଆଉ ୧୩ ପ୍ରାଣ ନେଲା କରୋନା : ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ ଜଣ, ବାଲେଶ୍ବର, ବରଗଡ଼, ନୟାଗଡ଼, ଖୋର୍ଦ୍ଧା ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫,୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫,୩୬୫ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦ ହଜାର ୨୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୭୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୯ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୫,୦୧୮୩ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking