40.1 C
Bhubaneswar
Saturday, April 27, 2024
Homeଓଡିଶାବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

କଟକ : କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତ କଏଦୀ ଜଣଙ୍କ ହେଲେ ୨୫ ବର୍ଷୀୟ ଅଜୟ ଦାସ। ଗତକାଲି କେନ୍ଦୁଝର ଜେଲରେ ଅଜୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପାଇଖାନା ବାହାରେ ଥିବା ପାଣି ପାଇପରେ ଗାମୁଛା ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଅଜୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ କେନ୍ଦୁଝର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ପରେ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏକ ଦୁଷ୍କର୍ମ ଅଭିଯୋଗ ମାମଲାରେ ଗିରଫ ହୋଇ ବିଚାରଧୀନ ବନ୍ଦୀ ଭାବେ ଜୀବନ ବିତାଉଥିଲେ ଅଜୟ। କେନ୍ଦୁଝର ଜେଲର ଜେଲ୍ ସୁପରିଟେଣ୍ଡେଣ୍ଟ କୁଅଁର ମାରାଣ୍ଡି କହିଛନ୍ତି, ଗତକାଲି କଏଦୀ ଜଣଙ୍କ ପରିବାର ଲୋକଙ୍କ ସହ କଥା ହୋଇଥିଲା। ପରେ ପାଇଖାନା ଯାଇଥିଲା। ପାଇଖାନା ବାହାରେ ଥିବା ପାଣି ପାଇପରେ ଗାମୁଛା ଲଗାଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲା। ଏ ସଂପର୍କରେ କେନ୍ଦୁଝର ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking