25.1 C
Bhubaneswar
Tuesday, April 29, 2025
Homeଦେଶ ବିଦେଶଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ

ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତୃ ବିୟୋଗ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି । ଦିଲ୍ଲୀ ସ୍ଥିତି ବାସଭବନରେ ୮୩ ବର୍ଷ ବୟସରେ ଦେହାନ୍ତ ହୋଇଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ପରଲୋକ ହୋଇଛନ୍ତି ।ଦେବେନ୍ଦ୍ର ପ୍ରଧାନ ଜଣେ ଭାରତୀୟ ରାଜନେତା ଏବଂ ଭାରତୀୟ ଜନତା ପାର୍ଟିର ସଦସ୍ୟ ଥିଲେ । ସେ ଦ୍ୱିତୀୟ ବାଜପେୟୀ ମନ୍ତ୍ରୀମଣ୍ଡଳରେ ଭୂପୃଷ୍ଠ ପରିବହନ ଏବଂ କୃଷି ରାଷ୍ଟ୍ରମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ସେ ଦେଓଗଡ଼ ନିର୍ବାଚନମଣ୍ଡଳୀରୁ ୧୩ତମ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ତାସହ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସଦସ୍ୟ ମଧ୍ୟ ଥିଲେ । ପ୍ରଧାନଙ୍କ ଜନ୍ମ ୧୬ ଜୁଲାଇ ୧୯୪୧ ମସିହାରେ ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲ୍ଲାରେ ହୋଇଥିଲା ଏବଂ ସେ ଏମବିବିଏସ ପଢିଥିଲେ । ତାଙ୍କ ପୁଅ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାର ସମ୍ବଲପୁରରୁ ଲୋକସଭା ସାଂସଦ ଏବଂ ନରେନ୍ଦ୍ର ମୋଦି ସରକାରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking