29.1 C
Bhubaneswar
Tuesday, March 17, 2026
Homeଓଡିଶାପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ

କଟକ : ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଦୁଇ ଦିନ ତଳେ ପୁଣି ଥରେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ ପଦ୍ମଶ୍ରୀ କମଳା ପୂଜାରୀ। ସ୍ବତନ୍ତ୍ର ଆମ୍ବୁଲାନ୍ସରେ ଆଣି ତାଙ୍କୁ ଏସ୍‌ସିବି ମେଡ଼ିସିନ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସ୍‌ସିବି ଭେଷଜ ବିଭାଗର ବରିଷ୍ଠ ବିଶେଷଜ୍ଞ ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଗଠିତ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ତାଙ୍କର ୟୁରିଆ କ୍ରେଟାଇନ୍‌ ବଢିଯାଇଥିଲା। ଦାନ୍ତରେ ସଂକ୍ରମଣ ହୋଇଥିଲା। ଏସ୍‌ସିବି ମେଡିସିନ୍‌ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ବିଜୟ କୁମାର ବେହେରା, ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡା, ନେଫ୍ରୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଅରୁଣା ଆଚାର୍ଯ୍ୟ, ପଲ୍‌ମୋନାରି ମେଡ଼ିସିନ ବିଭାଗ ମୁଖ୍ୟ ପ୍ରଫେସର ଡାକ୍ତର ମନୋରଞ୍ଜନ ଦାସ ପ୍ରମୁଖଙ୍କୁ ନେଇ ଚିକିତ୍ସା ପାଇଁ କମିଟି ଗଠନ କରାଯାଇଥିଲା। ୧୬ ତାରିଖ ସନ୍ଧ୍ୟାରେ କମଳା ପୂଜାରୀ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଥିଲେ। ୧୮ ତାରିଖରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। କଟକ: ପଦ୍ମଶ୍ରୀ କମଳା ପୂଜାରୀଙ୍କ କଟକର ଏସସିବି ମେଡିକାଲରେ ପରଲୋକ ହୋଇଛି। ୨ ଦିନ ତଳେ ଅସୁସ୍ଥ ହୋଇ ସେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଆଜି ଭୋର ୫ଟା ସମୟରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଥିଲେ। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଥିଲା। ସେମାନେ କମଳା ପୂଜାରୀଙ୍କର ଚିକିତ୍ସା କରୁଥିଲେ। ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସେ ଦେଶରେ ପରିଚିତ ଥିଲେ। ୨୦୧୯ ମାର୍ଚ୍ଚ ୧୬ରେ କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking