14.1 C
Bhubaneswar
Saturday, January 18, 2025
Homeଓଡିଶାଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ

ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ସରକାରୀ ଡାକ୍ତରଖାନାରେ ଚିକିତ୍ସା ଅବହେଳା ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ ନୂଆପଡା ଜିଲ୍ଲା ଦଳିତ ଅଧିକାର ମଞ୍ଚ ରାଜ୍ୟ ସଭାପତି କମଲ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ଏକ ଟିମ୍ ନୂଆପଡ଼ା ଜିଲ୍ଲାପାଳ ହେମକାନ୍ତ ସାଏଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଖଡ଼ିଆଳ ଡାକ୍ତରଖାନାର ଜଣେ ଡାକ୍ତର ଜଣେ ମହିଳାଙ୍କର ପରିବାର ନିୟନ୍ତ୍ରଣ ଯୋଜନାରେ ଅସ୍ତ୍ରୋପଚାର କରିଥିଲେ । ଏହି ସମୟରେ ମହିଳାଙ୍କ ଖାଦ୍ୟନଳୀକୁ କାଟି ଦେଇଥିବା ଅଭିଯୋଗ ହୋଇଥିଲା ।

ମହିଳାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତ୍ୱର ହେବାରୁ ବୁର୍ଲା ନିଆଯାଇ ଥିବାବେଳେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହି ଘଟଣାକୁ ନେଇ ପରିବାର ଲୋକ ଖଡିଆଳ ଥାନା ସମ୍ମୁଖରେ ଅବରୋଧ କରିଥିଲେ । ହେଲେ ଆଜି ପର୍ଯ୍ୟନ୍ତ ଡାକ୍ତର ବିରୋଧରେ ଜିଲ୍ଲା ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେନାହିଁ । ଏଣୁ ତୁରନ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମହିଳାଙ୍କ ପରିବାରକୁ ଆର୍ôଥକ ସହାୟତା ଯୋଗାଇ ଦେବାକୁ ଦଳିତ ଅଧିକାର ମଞ୍ଚ ଦାବି କରିଛି । ଏନେଇ ତୁରନ୍ତ ପଦକ୍ଷେପ ନନେଲେ ଦଳିତ ଅଧିକାର ମଞ୍ଚ ପକ୍ଷରୁ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଶ୍ରୀ ତାଣ୍ଡି ଚେତାବନୀ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking