34.1 C
Bhubaneswar
Monday, May 25, 2026
Homeଓଡିଶାବିଜେଡି ଛାଡିଲେ ଦେବାଶିଷ

ବିଜେଡି ଛାଡିଲେ ଦେବାଶିଷ

କଟକ: ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦନ । ନବୀନ ପଟ୍ଟନାୟକଙ୍କ ସହ ବିଜେଡିକୁ ଝଟକା । କାରଣ ବିଜେଡିକୁ ବାଏ ବାଏ କରିଦେଇଛନ୍ତି ବିଜେଡିର ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଶ୍ରୀ ସାମନ୍ତରାୟ ତାଙ୍କର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଥିବା ଜଣାଯାଇଛି । ଦେବାଶିଷ ଶଙ୍ଖ ଶିବିର ଛାଡ଼ି ପଦ୍ମ ଶିବିରରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ଜୋର୍ ଧରିଛି।

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଠ ଥିବା ଦେବାଶିଷ ବିଭିନ୍ନ କାରଣକୁ ନେଇ ଅସନ୍ତୁଷ୍ଟ ଥିଲେ। ନବୀନ ଓ ତାଙ୍କ ମଧ୍ୟରେ ଦୂରତା ସୃଷ୍ଟି ହୋଇଥିଲା। ତାଙ୍କର ଅନୁଗତମାନଙ୍କୁ ଦଳରେ ଗୁରୁତ୍ଵ ଦିଆଯାଉନଥିଲା। ଏମିତିକି ତାଙ୍କୁ ଯେଉଁ ବରିଷ୍ଠ ଉପସଭାପତି ପଦ ଦିଆଯାଇଥିଲା, ତାହାକୁ ସେ ପ୍ରତ୍ୟାଖାନ କରିଥିଲେ। ଗତ କିଛି ମାସ ହେଲା ସେ ଦଳୀୟ ବ୍ୟାପାର ବା ସଙ୍ଗଠନରେ ମୁଣ୍ଡ ଖେଳାଉନଥିଲେ। କୌଣସି ଟିକା ଟିପ୍ପଣୀ ଦେବାରୁ ନିଜକୁ ଦୂରେଇ ରଖୁଥିଲେ। ତାଙ୍କ ନୀରବତା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଏବେ ସେ ବିଜେପିରେ ଯୋଗ ଦେବା ଚର୍ଚ୍ଚା ହେଉଛି। ତେବେ ଦେବାଶିଷ ଯଦି ବିଜେପିରେ ଯୋଗ ଦିଅନ୍ତି, ତେବେ ତାହାର ପ୍ରଭାବ କଟକ, ତିର୍ତ୍ତୋଲ ଓ ପାରାଦୀପ ରାଜନୀତିରେ ଅନୁଭୂତ ହେବ ବୋଲି ଆକଳନ କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking