30.1 C
Bhubaneswar
Monday, May 20, 2024
Homeଓଡିଶାକମିଲା ସୁନା ଦାମ୍

କମିଲା ସୁନା ଦାମ୍

ଭୁବନେଶ୍ୱର: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୪୫,୨୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୩୪୦ ଟଙ୍କା ରହିଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୫,୯୫୦ ଟଙ୍କା ଓ ୫୦,୧୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ମୂଲ୍ୟ ୫୨,୨୮୫ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୫,୮୦୦ ଟଙ୍କା ଓ ୪୯,୯୬୦ ଟଙ୍କା ରହିଛି । ସେହିପରି ଆଜି ରୁପା ମୂଲ୍ୟ ମଧ୍ୟ କମିଛି। ଆଜି ରୁପା କିଲୋଗ୍ରାମ ପ୍ରତି ୫୬,୭୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking