25.1 C
Bhubaneswar
Saturday, February 7, 2026
Homeଓଡିଶାଦୁର୍ବଳ ହେଲା ଗଭୀର ଅବପାତ: ଜୁନ୍ ୧ରୁ ବଢ଼ିବ ତାତି

ଦୁର୍ବଳ ହେଲା ଗଭୀର ଅବପାତ: ଜୁନ୍ ୧ରୁ ବଢ଼ିବ ତାତି

ଭୁବନେଶ୍ୱର: ବାଂଲାଦେଶ ଏବଂ ପାଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଗଭୀର ଅବପାତ ଶୁକ୍ରବାର ଦୁର୍ବଳ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ, ଗତ ୬ ଘଣ୍ଟା ମଧ୍ୟରେ ଏହା ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଉତ୍ତର-ପୂର୍ବ ଦିଗରେ ଗତି କରିଛି। ଏହା ବାଂଲାଦେଶର ଟାଙ୍ଗାଇଲରୁ ୬୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମ, ଢାକାରୁ ୧୧୦ କିଲୋମିଟର ପଶ୍ଚିମ-ଉତ୍ତର ପଶ୍ଚିମ, ଭାରତର ବେରହାମପୁରରୁ ୧୨୦ କିଲୋମିଟର ଉତ୍ତର-ପୂର୍ବ ଏବଂ ଶିଲଂରୁ ୩୦୦ କିଲୋମିଟର ପଶ୍ଚିମ-ଦକ୍ଷିଣପଶ୍ଚିମରେ ଅବସ୍ଥିତ ଥିଲା। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଦିଗରେ ଗତିକରି ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟମାନଙ୍କ ପାଇଁ ପ୍ରବଳ ବର୍ଷା (୨୦ ସେଣ୍ଟିମିଟରରୁ ଅଧିକ) ନେଇ ରେଡ୍ ଆଲର୍ଟ ଜାରି କରିଛି। ଓଡ଼ିଶାରେ ଜୁନ୍ ୧ପର୍ଯ୍ୟନ୍ତ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି।

ଏହା ସହିତ ଖୁବଶୀଘ୍ର ହେବ ପାଗରେ ପରିବର୍ତ୍ତନ। ରାଜ୍ୟରେ କମିବ ବର୍ଷାର ପରିମାଣ, ବଢ଼ିବ ତାପମାତ୍ରା। ଆସନ୍ତାକାଲିଠାରୁ ଓଡ଼ିଶାରେ କୌଣସି ପାଣିପାଗ ସତର୍କତା ନାହିଁ। ଲଘୁଚାପ ପ୍ରଭାବ ହଟିବା ପରେ ଏଣିକି କମିବ ବର୍ଷା। ଆସନ୍ତା ୧ ତାରିଖରୁ ବର୍ଷାର ପରିମାଣ କମିବ। ଆଗାମୀ ଦୁଇଦିନ ପରଠୁ ବଢ଼ିବ ତାପମାତ୍ରା। ୨ରୁ ୪ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେପଟେ ସର୍ବାଧିକ ବଡ଼ଗଡ଼ରେ ୫୭ ମିମି ବର୍ଷା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି,”ମୌସୁମୀ ଛୁଇଁବା ପରେ ରାଜ୍ୟରେ ବିଗତ ସାତ ଦିନଧରି ଲଘୁଚାପଜନିତ ବର୍ଷା ଲାଗି ରହିଥିବା ବେଳେ ଏବେ ଲଗାଣ ବର୍ଷାରେ ଲାଗିବ ବ୍ରେକ୍‌। ଏନେଇ ଆଗକୁ ସେଭଳି ବଡ଼ ଧରଣର ବର୍ଷା ସମ୍ଭାବନା ନଥିବା ବେଳେ ମୋସୁମୀଜନିତ ବର୍ଷା ପରିମାଣ ମଧ୍ୟ ସେଭଳି ଦେଖିବାକୁ ମିଳିବ ନାହିଁ। ଗତ ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଥିବା ବେଳେ ଅଧିକ ବର୍ଷା ବରଗଡ଼ ୫୭ ମିମି ବର୍ଷା ରେକର୍ଡ କରଯାଇଛି । ସେପଟେ ଆସନ୍ତା ୨୪ ଘଣ୍ଟାରେ କାଁଭାଁ କେତେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷାହେବା ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking