42.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ । ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲ୍‌ଙ୍କୁ ଗିରଫ କଲା ଇଡି । ଦିଲ୍ଲୀ ବାସଭବନରେ ପଚାରାଉଚରା ପରେ କେଜ୍ରିୱାଲ୍ ଗିରଫ । ଏ ନେଇ ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି । ଗିରଫ ପରେ ତାଙ୍କୁ ଇଡି ତା’ର ମୁଖ୍ୟାଳୟକୁ ନେଇଛି । ସେଠାରେ ପୂର୍ବରୁ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଥିଲା । ସେହିପରି ଇଡି ଅଫିସ ବାହାରେ ୧୪୪ ଧାରା ଜାରି କରାଯାଇଥିଲା । ଇଡି ତାଙ୍କୁ ୯ଥର ସମନ କରିଥିଲେ ହେଁ ସେ ଏହାକୁ ଖାତିର କରି ନଥିଲେ । ଇଡି କାଳେ ଗିରଫ କରି ନେବ, ସେହି ଆଶଙ୍କାରେ କେଜ୍ରିୱାଲ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଦିଲ୍ଲୀ ହାଇକୋର୍ଟରୁ ନିରାଶ ହେବା କ୍ଷଣି କେଜ୍ରିୱାଲଙ୍କ ଅଡ଼ୁଆରେ ପଡ଼ିଯାଇଥିଲେ । ହାଇକୋର୍ଟ କେଜ୍ରିୱାଲଙ୍କ ଆବେଦନ ଖାରଜ କରିବା କ୍ଷଣି ଇଡିର ୮ ଜଣିଆ ଟିମ ତାଙ୍କ ଘରେ ପହଞ୍ଚି ଯାଇଥିଲେ ।

ଇଡିର ଅଧିକାରୀମାନେ ତାଙ୍କ ଘର ସର୍ଚ୍ଚ କରୁଥିବା ବେଳେ ବୟାନ ମଧ୍ୟ ରେକର୍ଡ କରିଛନ୍ତି । ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟର ଧାରା ୫୦ ଅନୁଯାୟୀ ତାଙ୍କ ବୟାନ ରେକର୍ଡ ହେଉଛି । କେଜ୍ରିୱାଲ ଓ ତାଙ୍କ ପରିବାର ଲୋକଙ୍କ ଫୋନକୁ ମଧ୍ୟ ଇଡି ଜବତ କରି ନେଇଛି । ଏହାପରେ ଦୁଇ ଘଣ୍ଟା କାଳ ତାଙ୍କୁ ପ୍ରଶ୍ନ ପଚରା ଯାଇଥିଲା । ପ୍ରାୟ ୨ ଘଣ୍ଟାର ଜେରା ପରେ କେଜ୍ରିୱାଲଙ୍କୁ ଇଡି ବାନ୍ଧିଛି । ଏହି ସମୟରେ ଇଡି ପକ୍ଷରୁ ତାଙ୍କୁ ୧୦ ସମନ ଦିଆଯାଇଥିଲା । ପୂର୍ବରୁ ୯ ଥର ସମନ ଦିଆଯାଇଥିଲେ ବି କେଜ୍ରିୱାଲ ଇଡିରେ ହାଜର ହୋଇନଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking