40.1 C
Bhubaneswar
Thursday, April 25, 2024
Homeକରୋନାକରୋନା ରୁ ସୁସ୍ଥ ହେଲେ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ

କରୋନା ରୁ ସୁସ୍ଥ ହେଲେ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ : କରୋନାକୁ ହରାଇଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଆଜି ତାଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିବା ପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି ମନୀଷ। ମନୀଷ ସେପ୍ଟେମ୍ବର ୧୪ ତାରିଖରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ହୋମ୍‌ ଆଇସୋଲେସନ୍‌ରେ ରହିଥିଲେ। ପରେ ସେ ବହୁତୁ ଅସୁସ୍ଥ ହୋଇଯିବାରୁ ତାଙ୍କୁ ହସ୍ପିଟାଲ ରେ ଭର୍ତ୍ତି କରାଯାଇଥିଲା। ଏହାପରେ ପ୍ଲାଜ୍‌ମା ଥେରାପୀ ଦିଆଯିବା ପରେ ଆଜି ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୂଚନାଯୋଗ୍ୟ ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କେବେ ମହାମାରୀ କବଳରୁ ବିଶ୍ୱ ମୁକ୍ତ ହେବ ତାହା କହିବା ମଧ୍ୟ ମୁସ୍କିଲ ।
ସମଗ୍ର ଦେଶରେ ୬୧, ୪୫, ୨୯୧ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୫୧,୦୧,୩୯୭ ଜଣ ସୁସ୍ଥ ହୋଇଛନ୍ତି। ୯୬, ୩୧୮ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୭୦,୫୮୯ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୪୭, ୫୭୬ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ସମୁଦାୟ ୧୧,୪୨,୮୧୧ ଜଣଙ୍କର କରୋନା ପରୀକ୍ଷଣ କରାଯାଇଥିବା ସୂଚନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking