39.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗରାଜ୍ୟରେ ୧୦ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି

ରାଜ୍ୟରେ ୧୦ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କନ୍ଧମାଳରେ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡରେ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ ରହିଛି । ସେଥିମଧ୍ୟରୁ ୭୩୨୩୩ ଜଣ ସୁସ୍ଥ ହୋଇଛନ୍ତି ।୪୯୨ ସଂକ୍ରମିତଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣ କରୋନା ଥାଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିଛନ୍ତି । ୨୯୭୫୮ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।ଆଜି ୩୦ ଜିଲ୍ଲାରୁ ଆଉ ନୂଆ ୨୬୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୫୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ଅନ୍ୟ ୧୦୪୧ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଆଜି ଚିହ୍ନଟ ହୋଇଥିବା  ଆକ୍ରାନ୍ତ‌କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking