27.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି

ଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି

ଭୁବନେଶ୍ୱର:ରାଜ୍ୟରେ ଅମାନିଆ କରୋନା । ପ୍ରତିଦିନ ସଂକ୍ରମଣ ସଂଖ୍ୟା ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ଚାଲିଛି ।  ରାଜ୍ୟରେ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।  ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଓ ଭବନେଶ୍ୱରରୁ ୨ଜଣ ,ବଲାଙ୍ଗୀର, ଖୋର୍ଦ୍ଧା, କେନ୍ଦୁଝର, ପୁରୀ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୫୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୩୧୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୧୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking