37.1 C
Bhubaneswar
Saturday, April 20, 2024
Homeଓଡିଶାରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି

ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ମଧ୍ୟରୁ କଟକରୁ ୩, ଭୁବନେଶ୍ୱରରୁ ୨, ବଲାଙ୍ଗୀର, ଜୟପୁର, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟର ୩୦ ଜିଲ୍ଲାରୁ ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୬୮୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୧୬୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୨୦୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking