39.4 C
Bhubaneswar
Thursday, April 18, 2024
Homeବ୍ରେକୀଙ୍ଗଆଉ ୧୫ ମୁଣ୍ଡ ନେଲା କରୋନା ମହାମାରୀ : ମୃତ୍ୟୁ ସଂଖ୍ୟା ୭୬୭କୂ ବୃଦ୍ଧି

ଆଉ ୧୫ ମୁଣ୍ଡ ନେଲା କରୋନା ମହାମାରୀ : ମୃତ୍ୟୁ ସଂଖ୍ୟା ୭୬୭କୂ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ପୁଣି ୧୫ ଜୀବନ ନେଇଛି କରୋନା । ଗୋଟିଏ ପଟେ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ମଧ୍ୟ ରୋକ ଲାଗୁନି । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୦୮ଟି ନୂଆ ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୧୫ଜଣ ସଂକ୍ରମିତଙ୍କର ଜୀବନ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ପୁରୀରୁ ୩ ଜଣ, ମୟୁରଭଞ୍ଜରୁ ୨ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ ରାୟଗଡ଼ା, କେନ୍ଦ୍ରାପଡ଼ା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଟକ, ବଲାଙ୍ଗୀର ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧାର ୪ ମୃତକ ହେଲେ ଭୁବନେଶ୍ୱରର ୭୦,୭୬,୬୦ ଓ ୬୩ ବର୍ଷୀୟ ପୁରୁଷ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୬୭କୁ ବୃଦ୍ଧି ପାଇଛି ।

ରାଜ୍ୟର ୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking