33.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗବଡ଼ ଖବର : ରାଜ୍ୟରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା ; ରାଜ୍ୟରେ ୧୬ ଜୀବନ...

ବଡ଼ ଖବର : ରାଜ୍ୟରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା ; ରାଜ୍ୟରେ ୧୬ ଜୀବନ ନେଲା କରୋନା

ଭୁବନେଶ୍ୱର:କରୋନା ମହାମାରୀ ଏବେ ଉଗ୍ର ରୂପ ଧାରଣା କରିଛି । ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, କଟକ,ଢେଙ୍କାନାଳ,ଗଞ୍ଜାମ, କଳାହାଣ୍ଡ, କନ୍ଧମାଳ,ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।


ରାଜ୍ୟରେ ଆଜି ୩୨୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୩୨୩୫ ପଜିଟିଭ ମଧ୍ୟରୁ ୧୯୧୫ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ୧୩୨୦ ଲୋକାଲ କେସ୍ ଭାବେ ଚିହ୍ନଟ ହୋଇଛନ୍ତି । ଏଥିସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୧୨ ହଜାର ୬୦୯କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୩୮ ହଜାର ୧୭୨ ଆକ୍ଟିଭ କେସ୍ ରହିଛି । ଏଥିସହ କରୋନାକୁ ହରାଇ ୧ ଲକ୍ଷ ୭୩ ହଜାର ୫୭୧କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking