ରାଜ୍ୟରେ ୧୬ ଜୀବନ ନେଲା କରୋନା

corona death in state

ଭୁବନେଶ୍ୱର :  ଗୋଟିଏ ପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି । ଆଜି ରାଜ୍ୟରେ ୩୬୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ ୩, କଟକ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ, ବରଗଡ, ଜଗତସିଂହପୁର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୬୩୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୦୦୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୮୮୬୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here