34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ ୧୭ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି

ରାଜ୍ୟରେ ୧୭ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି । ଆଜି ରାଜ୍ୟରେ ୩୦୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଜଗତସିହପୁର, ପୁରୀ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ଭଦ୍ରକ,ଗଞ୍ଜାମ,ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking