27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୋଟ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୋଟ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି

ଭୁବନେଶ୍ୱର : ହୁ ହୁ ହୋଇ ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଜି ପୁଣି ଆଉ ୪୨୦୯ଟି ପଜିଟିଭ କେସ୍ ଚିହ୍ନଟ ହୋଇଥିବା ବେଳେ ୯ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଏବେ ସୁଦ୍ଧା ରାଜ୍ୟରେ ମୋଟ ୧,୭୫,୫୫୦ଜଣ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିବା ବେଳେ ୧,୩୭,୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ବି ୩୭,୨୩୯ ଜଣ ଆକ୍ଟିଭ କେସ୍ ଭାବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।ସେହିପରି ୬୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking