32.1 C
Bhubaneswar
Wednesday, April 15, 2026
Homeଓଡିଶାବଲାଙ୍ଗିରରେ ଡେଙ୍ଗୁ ଆତଙ୍କ ; ୧୮ ଛୁଇଁଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ବଲାଙ୍ଗିରରେ ଡେଙ୍ଗୁ ଆତଙ୍କ ; ୧୮ ଛୁଇଁଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ବଲାଙ୍ଗିର : ବଲାଙ୍ଗିର ଜିଲ୍ଲା ସଇଁତଳା ସହରରେ ଦେଖା ଦେଇଛି ଡେ଼ଙ୍ଗୁ ଆତଙ୍କ । କିଛି ଦିନ ତଳେ ଡେ଼ଙ୍ଗୁରେ ଆକ୍ରାନ୍ତ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଲାଣି। ୧୮ ଜଣକ ମଧ୍ୟରୁ ୧୧ ଜଣଙ୍କୁ ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଏହା ଯେପରି ଅଧିକ ନ ବ୍ୟାପେ ସେଥିନିମନ୍ତେ  ସେମାନଙ୍କୁ ଆଇସୋଲେସନରେ ରଖା ଯାଇଛି। ଆଜି ସକାଳୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ କଲେଜରୁ ଏକ ଡ଼ାକ୍ତରୀ ଟିମ ଆସି ସହରର ବିଭିନ୍ନ ପଡ଼ାରେ ବୁଲି ଲୋକଙ୍କୁ ସଚେତନ କରିଥିଲେ। ଏଥିସହ ୧୧ ରୋଗୀଙ୍କୁ ତୁରନ୍ତ ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking