17.1 C
Bhubaneswar
Wednesday, December 31, 2025
Homeଓଡିଶାଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା

ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବିଭାଗୀୟ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂହ, ଓଡ଼ିଶା ରାଜ୍ୟ ଖାଦ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏବଂ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।ବୈଠକ ପ୍ରାରମ୍ଭରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ରାଜ୍ୟରେ ଜାରି ଖରିଫ ଧାନକିଣା ଋତୁରେ ଏ ପର୍ଯ୍ୟନ୍ତ ୧୮ଟି ଜିଲ୍ଲାର ପ୍ରାୟ ୨ ଲକ୍ଷ ୨୮ ହଜାର ଚାଷୀଙ୍କ ଠାରୁ ପ୍ରାୟ ୧୦ ଲକ୍ଷ ମେଟ୍ରିକ ଟନ ଧାନ କିଣାଯିବା ସହ ସର୍ବନିମ୍ନ ସହାୟକ ମୂଲ୍ୟ ବାବଦକୁ ପାଖାପାଖି ୧୭୯୦ କୋଟି ଟଙ୍କା ଓ ଇନପୁଟ ସହାୟତା ବାବଦକୁ ୫୫୨ କୋଟି ଟଙ୍କା ଚାଷୀ ମାନଙ୍କ ଆକାଉଣ୍ଟକୁ ପ୍ରଦାନ କରାଯାଇଥିବା ସେ ଅବଗତ କରାଇଥିଲେ ।

ରାଜ୍ୟରେ ଧାନ କିଣାକୁ ତ୍ୱରାନ୍ୱିତ କରିବା ସହ ଚାଷୀ ମାନଙ୍କ ସ୍ୱାର୍ଥ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ପାତ୍ର ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ଅନିୟମିତତାର ଅଭିଯୋଗ ଉପରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଅନ୍ୟପକ୍ଷରେ ରାଜ୍ୟରେ ୧୦ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ଉପରେ ଆଲୋଚନା ହୋଇଥିଲା। ପ୍ରାଥମିକ ଭାବେ ୪ ଲକ୍ଷ ମେଟ୍ରିକ ଟନ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ପାଇଁ ସରକାର ଅନୁମୋଦନ କରିଥିବା ବେଳେ ଆଉ ୬ ଲକ୍ଷ କ୍ଷମତା ବିଶିଷ୍ଟ ଗୋଦାମ ନିର୍ମାଣ ପାଇଁ ପ୍ରସ୍ତାବ ଦେବା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ସେହିଭଳି ଧାନକିଣାରୁ ଉତ୍ପାଦିତ ବଳକା ଚାଉଳକୁ ଭାରତୀୟ ଖାଦ୍ୟ ନିଗମକୁ ପ୍ରଦାନ କରିବା ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking