31.1 C
Bhubaneswar
Wednesday, February 11, 2026
Homeଓଡିଶାଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣଂ

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି। ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବ ଓଡ଼ିଶାରେ ପଡ଼ିବାର ଆକଳନ କରାଯାଇଛି । ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ଅର୍ଥାତ ୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏହା ସହିତ ଉପକୂଳ ଜିଲ୍ଲା ଗୁଡ଼ିକରେ ୪୦ରୁ ୬୦ କି.ମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାରେ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାମାନଙ୍କରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହୋଇପାରେ । ସେହିଭଳି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାରେ ୧୨୦ରୁ ୨୦୦ ମି.ମି ବର୍ଷା ହେବାର ସମ୍ଭାବନା ଥିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମଙ୍ଗଳବାର ପୂର୍ବାହ୍ନଠାରୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଜିଲ୍ଲାରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking