28.1 C
Bhubaneswar
Sunday, July 13, 2025
Homeଓଡିଶାଅବପାତରେ ପରିଣତ ହେଲା ଲଘୁଚାପ

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଆଜି ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହେ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଅବପାତଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ପହଞ୍ଚି ଏହା ଗଭୀର ଅବପାତର ରୂପ ନେବ। ପରେ ଧୀରେ ଧୀରେ ଏହାର ଗତିପଥ ବଦଳିବ ଓ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବ। ଏହା ପ୍ରବାହରେ ଆଜି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking