21.1 C
Bhubaneswar
Friday, December 27, 2024
Homeଓଡିଶାଅବପାତରେ ପରିଣତ ହେଲା ଲଘୁଚାପ

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ବର : ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ଲଘୁଚାପ । ୱେଲ୍ ମାର୍କଡ ଲୋ- ପ୍ରେସର ବା ସୁଦୃଶ୍ୟ ଲଘୁଚାପଟି ଆସନ୍ତାକାଲି ସୁଦ୍ଧା ଅବପାତଟି ପୁରୀ ଦେଇ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏବେ ପୁରୀ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୦ କିମି ଦୂରରେ ଓ ଗୋପାଳପୁରରୁ ପୂର୍ବ ଦିଗରେ ୧୩୦ କିମି ଦୂରରେ ରହିଛି ସୃଷ୍ଟ ଅବପାତ।
ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୩ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ନବରଙ୍ଗପୁରକୁ ପ୍ରବଳ ବର୍ଷା ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୭ ଜିଲ୍ଲାକୁ ଅରେଞ୍ଜ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ। ଅନ୍ୟପଟେ ଆସନ୍ତାକାଲି ପାଇଁ କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଅନ୍ୟପଟେ ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୨ ଦିନ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking