27.1 C
Bhubaneswar
Sunday, September 8, 2024
Homeଓଡିଶାସୃଷ୍ଟି ହେଲା ଲଘୁଚାପ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ସୃଷ୍ଟି ହେଲା ଲଘୁଚାପ; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଓ ତତ୍ ସଂଲଗ୍ନ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିଲୋମିଟର ଯାଏ ବ୍ୟାପିଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି  ଉତ୍ତରପୂର୍ବ ଦିଗରେ ଗତି କରିବ। ପରେ ଏହା ଅଧିକ ଘନୀଭୂତ ହୋଇ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିପାରେ। ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଆଜିଠାରୁ ଦକ୍ଷିଣ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୩୫ରୁ ୪୫ କିଲୋମିଟର ବେଗରେ ବହିବ ପବନ। ୨୪ ତାରିଖ ସକାଳ ବେଳକୁ ପବନର ବେଗ ସମୁଦ୍ରରେ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ୨୩ ତାରିଖରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ଫେରି ଆସିବାକୁ ସତର୍କ କରାଯାଇଛି।  ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହୋଇପାରେ। ୨୫ ତାରିଖରେ ପ୍ରବଳ ବର୍ଷା ନେଇ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking