27.1 C
Bhubaneswar
Friday, December 19, 2025
Homeଓଡିଶା୨ରୁ ୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

୨ରୁ ୭ଦିନିଆ ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା

ଭୁବନେଶ୍ୱର : ଆସନ୍ତା ନଭେମ୍ବର 2 ତାରିଖରୁ  9 ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତଦିନିଆ ଲଣ୍ଡନ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଶ୍ରୀମତୀ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ।  ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ  ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି।
https://www.youtube.com/watch?v=nvM6x754fyg&t=72s
5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking