21.1 C
Bhubaneswar
Saturday, December 6, 2025
Homeଓଡିଶା୫ ଦିନରେ ୫ଟି ଜିଲ୍ଲା ବୁଲିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

୫ ଦିନରେ ୫ଟି ଜିଲ୍ଲା ବୁଲିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର:  ଆସନ୍ତାକାଲି ତା୦୮/୦୮/୨୦୨୫ ରିଖରୁ ପାଞ୍ଚଦିନ ଯାଏଁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ୫ଟି ଜିଲ୍ଲା – କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କୋଟିଆ ଗସ୍ତ କରି କୋଟିଆ ଅଞ୍ଚଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସହିତ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ। ଏହା ସହ ଅଗଷ୍ଟ ୯ ତାରିଖ, ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟରେ ଆୟୋଜିତ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ସମାରୋହରେ ଯୋଗ ଦେବେ। ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୫ଟି ଜିଲ୍ଲାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାଗୁଡିକର ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟକ୍ରମ ଓ ପ୍ରକଳ୍ପଗୁଡିକର କାର୍ଯ୍ୟନ୍ୱୟନ ସମୀକ୍ଷା କରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking