ଭୁବନେଶ୍ୱର: ବଳଙ୍ଗା ପୀଡ଼ିତାଙ୍କ ପାର୍ଥିବ ଶରୀର ଦିଲ୍ଲୀ ଏମ୍ସରୁ ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ପୀଡ଼ିତାଙ୍କ ଶେଷ ଦର୍ଶନ କରି ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା । ପୀଡ଼ିତାଙ୍କ ପିତାଙ୍କୁ ଭେଟିବା ସହ ସାନ୍ତ୍ୱନା ଦେଲେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା। ଏହି ଅବସରରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ ଏବଂ ଭୁବନେଶ୍ୱର (ଏକାମ୍ର) ବିଧାୟକ ଶ୍ରୀ ବାବୁ ସିଂ ମଧ୍ୟ ଉପସ୍ଥିତ ଥିଲେ।










