24.1 C
Bhubaneswar
Tuesday, October 27, 2026
Homeଓଡିଶାରାୟଗଡ଼ାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସ୍ଥିତି ସମୀକ୍ଷା

ରାୟଗଡ଼ାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସ୍ଥିତି ସମୀକ୍ଷା

ରାୟଗଡ଼ା: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିର ତଦାରଖ ତଥା ସ୍ଥିତି ଅନୁଧ୍ୟାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାୟଗଡ଼ାରେ ପହଞ୍ଚିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି କିଭଳି ରହିଛି, ଏଥିରେ ଜିଲ୍ଲାପାଳ, ଏସପିଙ୍କ ସମେତ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ। ‘ଜିରୋ କାଜୁଆଲିଟି’ ଲକ୍ଷ୍ୟ ନେଇ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ପ୍ରକାଶ କରିଛନ୍ତି।  ରାଜ୍ୟ ସରକାରଙ୍କ ‘ଜିରୋ କାଜୁଆଲିଟି’ ବା ଶୂନ ମୃତ୍ୟୁହାର ଲକ୍ଷ୍ୟକୁ ଗୁରୁତ୍ୱ ଦେଇ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଡେରା ପକାଇଛନ୍ତି। ସେହିକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାୟଗଡ଼ାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ଅପରାହ୍ନ ୩ଟାରେ ଜିଲ୍ଲାପାଳଙ୍କ ଅଫିସରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ରାୟଗଡ଼ାରେ ବର୍ତ୍ତମାନ ପର୍ଯ୍ୟନ୍ତ ସେଭଳି ଭୀଷଣ ବର୍ଷା ହୋଇନଥିବାରୁ ଭୟଭୀତ ନହେବାକୁ ସେ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking